ଅଶ୍ୱିନୀ ପୂଜାହାରୀ କଂଗ୍ରେସରେ ଯୋଗଦେବେ

0

(ଶିଳାସ୍ମିତା ରାୟ) ଭୁବନେଶ୍ୱର: ଭିମସାରର ପୂର୍ବତନ ବିବାଦିତ ନିର୍ଦ୍ଦେଶକ ଡାକ୍ତର ଅଶ୍ୱିନୀ ପୂଜାହାରୀ ଆଜି ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନରେ ଦଳରେ ଯୋଗ ଦେବେ । ସମ୍ବଲପୁରର କୌଣସି ଆସନରୁ ସେ ନିର୍ବାଚନ ଲଢ଼ିବାର ସମ୍ଭାବନା ରହିଛି।
ଡାକ୍ତର ପୂଜାହାରୀ ନିର୍ଦ୍ଦେଶକ ଥିବାବେଳେ ‘ଭିମ୍‌ସାର୍‌’ରେ ବହୁ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରି ଲୋକଲୋଚନକୁ ଆସିଥିଲେ। ତାଙ୍କ ନାମରେ ଲୁଣ ଚିକିତ୍ସା ଅଭିଯୋଗ ଉଠିବା ପରେ ସରକାର ତାଙ୍କୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଛୁଟିରେ ରହିବାକୁ ନିର୍ଦେଶ ଦେଇଥିଲେ। ଏହାର ଅଳ୍ପ କିଛି ଦିନ ପରେ ଡାକ୍ତର ପୂଜାହାରୀ ନିଜ ତରଫରୁ ଚାକିରିରୁ ଇସ୍ତଫା ଦେଇଥିଲେ।