ଭୁବନେଶ୍ୱର : ଧାନ ଚାଷୀଙ୍କୁ ଅମଳ ଚିନ୍ତା । କାରଣ ଆସୁଛି ବର୍ଷା! ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ। ଠିକ୍ ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।