ଆଜିଠାରୁ ୫ଦିନ ପର୍ଯ୍ୟନ୍ତ ବର୍ଷିବ କାଳବୈଶାଖୀ

0

( ଭୁବନେଶ୍ୱର/ରିପୋର୍ଟସଟୁଡେ):ଆଜିଠାରୁ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ବିଶେଷ କରି ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଅନ୍ୟପକ୍ଷରେ ଆସନ୍ତା ୪/୫ ଦିନ ପର୍ୟ୍ୟନ୍ତ ରାଜ୍ୟରେ ହିଟ୍‌ ୱେଭ୍‌କୁ ନେଇ କୌଣସି ସତର୍କ ସୂଚନା ନାହିଁ ବୋଲି କୁହାଯାଇଛି। ଗତକାଲି ରାଜ୍ୟରେ ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।