ଆଜି ଶ୍ରୀମନ୍ଦିରରେ ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ। ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ। ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ସେବକ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ନୀତି ଅନୁଷ୍ଠିତ ହେବ।
ବନକ ଲାଗି ନୀତିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ। ଯାହା ଅଧିକାଂଶ ବନଜାତ ଦ୍ରବ୍ୟ। ଏ ରଙ୍ଗ ଗୁଡ଼ିକ ହେଲା କଳା, ଧଳା, ନାଲି ଓ ହଳଦିଆ। ଆଉ ଏଥିପାଇଁ ଦରକାର ପଡୁଥିବା ସାମଗ୍ରୀ ଗୁଡ଼ିକ ହେଲା ହିଙ୍ଗୁଳ, ହରିତାଳ, କସ୍ତୁରୀ, କଜ୍ଜ୍ୱଳ, କର୍ପୂର, ଚନ୍ଦନ, ଘୋରା ଶଙ୍ଖ ଓ କେଶର ।