କୁହୁଡ଼ି ପାଇଁ ଏହି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

0

(ରିପୋର୍ଟସ ଟୁଡ଼େ)ଭୁବନେଶ୍ୱର: ଗତ ୨ଦିନ ହେବ ରାଜ୍ୟରେ ସକାଳୁ କୋହଲା ପାଗ ସାଙ୍ଗକୁ ଝିପ ଝିପ ବର୍ଷା ଲାଗି ରହିଥିଲା । ଏବେ ବର୍ଷା କମିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କହୁଡ଼ି ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଏହା ସହ କୁହୁଡ଼ିର ପ୍ରଭାବ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରହିବ ।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଦେଓଗଡ଼, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ହାଲକା ବର୍ଷା ହେବା ସହିତ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।