ଜେନେରେଟ ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ମୃତ

0

(ମମତା ସାମଲ)ରିପୋର୍ଟସଟୁଡେ: କେନ୍ଦୁଝର ସଦର ଥାନା ଅନ୍ତର୍ଗତ କାଠବାରୀ ଗାଁରେ ଘଟିଛି ଅଘଟଣ । ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି । ୨ ଗୁରୁତର ଆହତ ହୋଇଛନ୍ତି । ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଏପରି ଘଟିଥିବା ସୂଚନା ମିଳିଛି । ମୃତକ ହେଲେ କାଠବାରୀ ଗାଁର ବାବାଜୀ ନାଏକ ଓ ବାଇଧର ନାଏକ । ଗୁରୁତର ବିବୁଲୁ ନାଏକ ଓ ଆଉ ଜଣଙ୍କୁ ପ୍ରଥମେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।
ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚରି ତଦନ୍ତ ଆରମ୍ଭ କରିଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।