ଭୁବନେଶ୍ୱର: ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ଏସଏଚଜି ଉପରେ ଅଧିକ ଫୋକସ୍ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇଭଉଣୀମାନେ ଯେପରି ଓଡିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ସେହିପରି ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଛେଳି, କୁକୁଡା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ୟ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ମାସ୍କ ତିଆରିରେ ନିୟୋଜିତ ଥିବା ଏସଏଚଜିର ମା’ମାନେ ଯେଭଳି ଏହି ସମୟରେ ରୋଜଗାର କରିପାରିବେ, ସେଥିପାଇଁ ବିଧାୟକ ଆଞ୍ଚଳିକ ବିକାଶ ପାଣ୍ଠି ଅର୍ଥରେ ଏସଏଚଜିରୁ ମାସ୍କ କିଣାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସଏଚଜି ମାନେ ଯେପରି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ନିର୍ମାଣ କାର୍ୟ୍ୟ ବିଶେଷ କରି ଗୃହ ନିର୍ମାଣ କାମ ଉପରେ ଅଧିକ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।