( ଭୁବନେଶ୍ୱର / ରିପୋର୍ଟସଟୁଡେ) : ନିକଟରେ ବିଜେଡିରେ ଯୋଗ ଦେଇଥିବା ନବ ଦାସ ଆଜି ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ସେ ବାଚସ୍ପତି ପ୍ରଦୀପ ଅମାତଙ୍କୁ ଭେଟି ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ସେ ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟ୍ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତେବେ ସେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେବା ପରେ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି।