( ଜୟନ୍ତ / ପଦ୍ମନାଭ / ହରିଶ ଚନ୍ଦ୍ର / ମନୋଜ / ଦିଲିପି / କାହ୍ନୁଚରଣ / ଓମ୍ ପ୍ରକାଶ / ସର୍ବେଶ୍ୱର / ଟୁକୁନା / ସେଖ ଫାଇଜାନ / ବିଜୟ / ନରୋତ୍ତମ / ସୁରେଶ ) : ଆଜି ରାଜଧାନୀରେ ୭୦ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଛି । ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଭୁବନେଶ୍ୱର ମହାତ୍ମାଗାନ୍ଧି ମାର୍ଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ଅଭିବାଦନ ଗ୍ରହଣ କରିଥିଲେ । ସେହିପରି କଟକରେ ସାଧାରଣତନ୍ତ୍ର ଦିବସରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ଅଭିବାଦନ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ଅଭିଭାଷଣରେ ଏକ ହୋଇ ମାଁ ମାଟି ପାଇଁ କାମ କରିବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ।
ବିଭିନ୍ନ ସ୍ଥାନରେ ୭୦ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଯାଇଛି ।
ପୁରୀ ଜିଲ୍ଲା ନିମାପଡା ବ୍ଲକ ଅନ୍ତର୍ଗତ ଗୋପାଳପୁର ସ୍ଥିତ ଓଡିଶା ଷ୍ଟେଟ ବ୍ରିଗେଡ ସ୍କୁଲର ଶିଶୁ ସୈନିକମାନଙ୍କ ଦ୍ୱାରା ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ବିଭୁତି ମହାପାତ୍ର ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲା ।
ସେହିପରି କନ୍ଧମାଳ ଜିଲ୍ଲାର ବାଲିଗୁଡା ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ମୁଖ୍ୟଅତିଥି ଭାବେ ବାଲିଗୁଡା ଉପଜିଲ୍ଲାପାଳ ଶ୍ରି ଶିନ୍ଧେ ଦତ୍ତାତ୍ରୟ ଭାଉସାହେବ ଏହି ପ୍ୟାରଡରେ ଅଭିବାଦନ ଗ୍ରହଣ କରି ଜାତିୟ ପତକା ଉତ୍ତୋଳନ କରିଥିଲେ । ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇଥିବା ପ୍ରତିଯୋଗିଙ୍କୁ ମୁଖ୍ୟ ଅତିଥି ଟ୍ରଫି ପ୍ରଦାନ କରାଯାଇଥିଲା ।
ଅନୁଗୋଳ ଜିଲ୍ଲା ପାଳଲହଡା ବ୍ଲକ ପାଳଲହଡା ଷ୍ଟାଡିୟମ ଠାରେ ମୁଖ୍ୟଅତିଥି ପାଳଲହଡା ଉପଜିଲ୍ଲାପାଳ ଅଜିତ କୁମାର ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ ।
ରାୟଗଡା ଜିଲ୍ଲା ଜିସିଡି ପଡିଆଠାରେ ମୁଖ୍ୟଅତିଥି ଭାବେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମରେ ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
କଳାହାଣ୍ଡି ଜିଲ୍ଲା ଭାବନୀପାଟଣାସ୍ଥିତ ଲାଲବାହାଦୂର ଷ୍ଟାଡିୟମରେ ମୁଖ୍ୟଅତିଥି ଭାବେ ପ୍ରତାପ ଜେନା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ।
ସୁବର୍ଣ୍ଣପୁର ଜିଲ୍ଲା ମିନି ଷ୍ଟାଡିୟମ ଠାରେ ଜିଲ୍ଲାପାଳ ମଧୁସୁଦନ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିବା ସହିତ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।
ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ୟାମିନି ଷଡଙ୍ଗୀ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
ନବରଙ୍ଗପୁର ମିନି ଷ୍ଟାଡିୟମଠାରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ର ପରିବହନମନ୍ତ୍ରୀ ଡଃ ନୃସିଂହ ଚରଣ ସାହୁ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ।
ଭଦ୍ରକ ସ୍ଥାନୀୟ ନେହେରୁ ଷ୍ଟାଡିୟମଠାରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଜ୍ଞାନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମିନି ଷ୍ଟାଡିୟମଠାରେ ମୁଖ୍ୟଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ନାଏକ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
ବଲାଙ୍ଗିର ଜିଲ୍ଲା ପାଟଣାଗଡ ରମାଇ ଉଚ୍ଚ ବିଦ୍ୟାଳୟ ପଡିଆରେ ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ଓ ବୋଲଗଡ ଉଭୟ ବ୍ଲକର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଏବଂ ବାମନ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ବେଗୁନିଆ ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ।