(ମୃତ୍ୟୁଞ୍ଜୟ ଭୋଇ)ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ତେବେ ଏପ୍ରିଲ ପ୍ରଥମ ସପ୍ତାହରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ। ମେ ଶେଷ ସପ୍ତାହରେ ବିଜ୍ଞାନ ଓ ଜୁନ ପ୍ରଥମ ସପ୍ତାହରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇଁ ପଦକ୍ଷେପ ନିଆଯାଉଛି। ଏହା ସହ ପରୀକ୍ଷା ଖାତା ଦେଖା କାର୍ୟ୍ୟରେ ଯୋଗ ନଦେଲେ ଅଧ୍ୟାପକଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଆଜି ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏହାଛଡ଼ା ଏଥର ପରୀକ୍ଷାକୁ କପି ମୁକ୍ତ କରିବା ଲାଗି ସବୁ ସେଣ୍ଟରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଶୃଙ୍ଖଳିତ କରିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।