ରାୟଗଡ଼ା ଜିଲ୍ଲା ପରିଷଦର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

0

(ରିପୋର୍ଟସ ଟୁଡ଼େ)ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲା ପରିଷଦର ପୂର୍ବତନ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ପରଲୋକ । ଗତକାଲି (ମଙ୍ଗଳବାର)ବିଳମ୍ବିତ ରାତିରେ ପୁରୁଷୋତ୍ତମ କୋର୍ଟରୁ ଘରକୁ ଫେରୁଥିବା ସମୟରେ ରାମନାଗୁଡ଼ା-ଗୁଣୁପୁର ରାସ୍ତାରେ ଦୁର୍ଘଟଣାର ଶିକାର ହୋଇଥିଲେ । ଦୁର୍ଘଟଣାରେ ଗୁରୁତର ଭାବରେ ଆହାତ ହୋଇଥିବା ପୁରୁଷୋତ୍ତମ ଗମାଙ୍ଗଙ୍କୁ ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ରାସ୍ତାରୁ ଉଦ୍ଧାର କରି ଶ୍ରୀକାକୁଲମ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଛି ।