(ମମତା ସାମଲ)ରିପୋର୍ଟସଟୁଡେ: ସାରା ରାଜ୍ୟରେ ଝିପି ଝିପି ବର୍ଷା ଲାଗି ରହିଛି । ଆସନ୍ତା ୧୦ତାରିଖ ଯାଏଁ ବର୍ଷାରେ ଭିଜିବ ଓଡିଶା । ୧୧ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଗତକାଲି ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗ ଅନୁଯାୟୀ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ କୋହଲା ପାଗ ସହ ଘନ କୁହୁଡ଼ି ମଧ୍ୟ ଦେଖାଯିବ । ଆସନ୍ତା ୨୪ଘଣ୍ଟା ଯାଏଁ ଉତ୍ତର କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ । ଆଜି ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା , କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ହେବ । ଆସନ୍ତାକାଲି ୧୧ଟି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନା, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର , ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ରେ ପବନ ବହିବ । ୧୦ ତାରିଖରେ ବର୍ଷା ଛାଡ଼ିବା ପରେ ୨,୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯିବ ।