୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ

0

( ଦୀପକ ମିଶ୍ର): ଆଜି ୭୦ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଯାଇଛି । ଉଦଳା ହାଇସ୍କୁଲ ପଡିଆଠାରେ ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ଭଗବାନ ବେହେରା ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ କରାଯାଇଥିଲା । ଏହା ସହ ଉଦଳା ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ଏବଂ ବିସ୍କୁଟ ବଣ୍ଟନ କରାଯିବା ସହ ଡାକ୍ତରଖାନାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି ଦିବସ ଉପଲକ୍ଷେ ଉଦଳାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।