୯ଜିଲ୍ଲାରେ ବର୍ଷିବ ବର୍ଷା

0

(ମମତା ସାମଲ)ରିପୋର୍ଟସଟୁଡେ: ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାତ୍ର ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ତେବେ ଆଗାମୀ ଅଗଷ୍ଟ ପହିଲାଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ଅନୁମାନ କରାଯାଇଛି ।
ପାଣିପାଗ ବିଭାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜସ୍ଥାନରୁ ଭାୟା ମଧ୍ୟ ପ୍ରଦେଶ ଓ ଛତିଶଗଡ଼ ଦେଇ ଓଡ଼ିଶା ଉପରେ ଏକ ମନସୁନ ଟ୍ରାପ୍‌ ଲାଇନ ରହିଛି । ତେଣୁ ଏହାର ପ୍ରଭାବରେ ଓଡ଼ିଶାର କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ରେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ଏହା ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ଅଗଷ୍ଟ ପହିଲାଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।