ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି । ଭୁବନେଶ୍ୱର ଏୟାରପୋର୍ଟରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ । ଏୟାରପୋର୍ଟ ରୁ ବାହାରି ବାୟୂ ସେନାର ସ୍ୱତନ୍ତ୍ର ହେଲିକାପ୍ଟରରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ବାହାରିଛନ୍ତି ପ୍ରଧାନମନ୍ତ୍ରୀ । ତାଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି ।