ଗତ ୨୪ ଘଣ୍ଟାରେ ୧୦୪୮୯ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦୈନିକ ୧୦ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦୈନିକ ୧୦ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି। ଗତ ୨୪ ଘଣ୍ଟାରେ ୧୦୪୮୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୯୮୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୦୮୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୪୦୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୪୪୪୦ କୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୪୪୪୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୭୯୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୬୦୦୬୭ ଜଣ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ:-
6. Boudh: 85
7. Cuttack: 786
8. Deogarh: 44
9. Dhenkanal: 70
10. Gajapati: 109
11. Ganjam: 92
12. Jagatsinghpur: 207
13. Jajpur: 195
14. Jharsuguda: 225
15. Kalahandi: 163
16. Kandhamal: 56
17. Kendrapada: 90
18. Keonjhar: 105
19. Khurda: 2934
20. Koraput: 162
21. Malkangiri: 55— I & PR Department, Odisha (@IPR_Odisha) January 17, 2022