ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୨ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୨ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 12th June
New Positive Cases: 12
Of which 0-18 years: 0
In quarantine: 7
Local contacts: 5(Details of local contacts will be shared by concerned District)
1. Cuttack: 1
2. Khurda: 9
3. State Pool: 2— I & PR Department, Odisha (@IPR_Odisha) June 13, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୮୧୫୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୨୪ ଜଣ ସୁସ୍ଥ ହୋଇଛନ୍ତି ।