ଭୁବନେଶ୍ବର: ଗତ ପାଞ୍ଚ ବର୍ଷରେ ପ୍ରଚାର ପାଇଁ ପୂର୍ବତନ ବିଜେଡି ସରକାର ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଲିଖିତ ଉତ୍ତର ରଖିଛନ୍ତି।
ସେହିପରି ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ଲାଗିବା ପାଇଁ ରାଜ୍ୟ ରାଜକୋରୁ ଖର୍ଚ୍ଚ ହୋଇଛି ୧୫ କୋଟି ୨୬ ଲକ୍ଷ ୯୧ ହଜାର ୯୩୩ ଟଙ୍କା ।
ଭିକେ ପାଣ୍ଡିଆନଙ୍କ ପ୍ରଚାର ପାଇଁ ଖର୍ଚ୍ଚ ହୋଇଛି ୧୫ କୋଟିରୁ ଅଧିକ ଟଙ୍କା । ବିଜ୍ଞାପନରେ ଭିକେ ପାଣ୍ଡିଆନଙ୍କ ଫଟୋ ଲାଗିବା ପାଇଁ ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି ୧୫ କୋଟି ୨୬ ଲକ୍ଷ ୯୧ ହଜାର ୯୩୩ ଟଙ୍କା । ବିଧାନସଭାରେ ବିଜେପି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଲିଖିତ ଉତ୍ତର ଦେଇଛନ୍ତି ।