ବିଧାନସଭାରେ ଆଜି ରାଜ୍ୟ ବଜେଟ୍ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥର ୨ ଲକ୍ଷ ୯୦ ହଜାର କୋଟିର ବଜେଟ୍ ଉପସ୍ଥାପନା କରାଯାଉଛି ।କୃଷି , ଶିକ୍ଷା, ଗମନାଗମନ, କ୍ରିଡ଼ା, ସ୍ବାସ୍ଥ୍ୟ, ଜଳସେଚନ ସରକାର ମହିଳା ସଶକ୍ତିକରଣ ପାଇଁ ଐତିହାସିକ ଓ ପଥପ୍ରଦର୍ଶକ ସୁଭଦ୍ରା ଯୋଜନାକୁ ସଫଳତାର ସହ କାର୍ୟ୍ୟକାରୀ କରିଛନ୍ତି । ଏହା ଓଡିଶା ଇତିହାସର ସବୁଠାରୁ ବଡ ଯୋଜନା ଏବଂ ଓଡିଶା ବିକାଶ କାହାଣୀକୁ ପୁନଃଲିଖିତ କରିବା ପାଇଁ ଆମର ପ୍ରତିବଦ୍ଧତା ପ୍ରମାଣ , ଯେଉଁଥିରେ ମହିଳାମାନେ କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ଆମ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ମଧ୍ୟରେ ୫୦ ହଜାର ଟଙ୍କା ଦେବୁ । ପ୍ରଥମଥର ପାଇଁ ୧ କୋଟି ୭ଲକ୍ଷରୁ ଅଧିକ ମହିଳା ନିଜ ନାମରେ ଏକ ଯୋଜନା ପାଇଁ ଆବେଦନ କରିବାକୁ ଘରୁ ବାହାରିଛନ୍ତି । ବର୍ତ୍ତମାନ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତି ୯୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୪ ହଜାର ୯ଶହ କୋଟିରୁ ୪ ହଜାର ୯ଶହ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯାଇଛି । ଏହା ଡିଜିଟିଲା ଏବଂ ଆର୍ଥିକ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ଆଣିଛି । ସେହିପରି ୨୦୨୫–୨୬ ଆର୍ଥିକ ବର୍ଷରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ କୋଟି ଟଙ୍କା ଓ ସୁଭଦ୍ରା ସୁରକ୍ଷା ଅଧିନରେ ୧ ଶହ ୫୩ କୋଟିର ପ୍ରସ୍ତାବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।