ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍, କମୁଛି ମୁଣ୍ଡଳୀ ଜଳସ୍ତର

0

ସମ୍ବଲପୁର: ହୀରାକୁଦର ୨ଟି ଗେଟ୍ ବନ୍ଦ ହୋଇଛି । ଏବେ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୨ ଓ ଦକ୍ଷିଣ ପାର୍ଶ୍ବର ୬ଟି ଗେଟ୍‌ ଖୋଲାଅଛି । ହୀରାକୁଦର ଜଳସ୍ତର ୬୧୧.୮୫ ଫୁଟ ରହିଛି । ୧,୫୭,୨୭୨ କ୍ୟୁସେକ ପ୍ରବେଶ ଓ ୩,୦୯,୭୪୦ କ୍ୟୁସେକ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଗତ ରବିବାର ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ମାତ୍ର ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଫଳରେ ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ ହେବା ଦ୍ୱାରା କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର ହ୍ରାସ ପାଉଛି  । ସକାଳ ୬ଟା ସୁଦ୍ଧା ୪ ଲକ୍ଷ ୮୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅପଷ୍ଟ୍ରିମ୍‌ରେ ୮୭.୮୦ ଓ ଡାଉନଷ୍ଟ୍ରିମ୍‌ରେ ୮୪.୯୦ ଫୁଟ ଜଳସ୍ତର ରହିଛି । ରାତିରେ ୪ ଲକ୍ଷ ୮୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିଲା । ଜଳସ୍ତର କମିଥିବାରୁ ମଧ୍ୟମ ଧରଣର ବନ୍ୟା ଆଶଙ୍କା ନାହିଁ ।