ଶପଥ ନେଲେ ହାଇକୋର୍ଟର ୨ ନୂଆ ବିଚାରପତି;ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି

0

ରାଜ୍ୟ; ୨ ନୂଆ ବିଚାରପତି ଶପଥ ନେଲେ । ହାଇକୋର୍ଟର ୨ ନୂଆ ବିଚାରପତି ଶପଥ ନେଲେ । ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ଶପଥ ନେଲେ । ଉଭୟଙ୍କୁ ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି । ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ।। ଅଗଷ୍ଟ ୧୭ ତାରିଖରେ ଦୁଇ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ଏହା ସହ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।ଜଷ୍ଟିସ୍  ଶିବଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮ ମେ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସ୍ବର୍ଗତ ଅନଙ୍ଗଭୀମ ମିଶ୍ର ଓ ସ୍ବର୍ଗତ ଶଶିରେଖା ମିଶ୍ରଙ୍କ ପୁଅ ଶିବଶଙ୍କର କୋରାପୁଟର ଜୟପୁର ଲ କଲେଜରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ । କୋରାପୁଟ ଜିଲ୍ଲାର ପ୍ରଥମ ବ୍ୟକ୍ତିଭାବେ ସେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ‌ପାଇବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି । ଜଷ୍ଟିସ୍ ମିଶ୍ର ୧୯୯୧ ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିବା ବେଳେ ତାଙ୍କର ଏହି ପେସାରେ ୩୦ ବର୍ଷର ଅନୁଭବ ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ବିଶେଷ ଦକ୍ଷତା ର ହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ୍ ରେକର୍ଡ ଅଛନ୍ତି। ସେ ଓଡ଼ିଶା ହାଇକୋର୍ଟ ଓ ‌କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି ।