କାଠଯୋଡ଼ି ନଦୀକୁ ଡେଇଁ ପୁରୁଷ ମହିଳା ନିଖୋଜ ଘଟଣା : ଉଭୟଙ୍କୁ ଜୀବିତ ଉଦ୍ଧାର କଲା ଅଗ୍ନିଶମ ବାହିନୀ

0

କଟକ: କାଠଯୋଡ଼ି ପୋଲ ଉପରେ ମୋବାଇଲ୍‌ ଓ ଆଧାରକାର୍ଡ ରଖି ପାଣିକୁ ଡେଇଁ ନିଖୋଜ ହୋଇଥିବା ଦୁଇଜଣଙ୍କୁ ଉଦ୍ଧାର କରାଯାଇଛି। ଉଭୟଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିବା ଜଣାଯାଇଛି। ଏହାପରେ ଉଭୟଙ୍କୁ ପୁରୀଘାଟ ଥାନାରେ ହାଜର କରାଯାଇଥିଲା ଏବଂ ଏବେ ମେଡିକାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ସେଦୁହେଁ ସଂପର୍କରେ ଶଳାଭାଉଜ ଓ ନଣନ୍ଦେଇ ବୋଲି କୁହାଯାଉଛି।

ସୂଚନା ଅନୁସାରେ ଗତକାଲି କଟକ ଜିଲ୍ଲା ବାରଙ୍ଗ ଥାନା ଅଧୀନ ତ୍ରିଶୁଳିଆ ପୋଲ ଉପରକୁ ଆଜି ସନ୍ଧ୍ୟାରେ ଜିଲ୍ଲାର ବାଙ୍କୀ ଅଞ୍ଚଳର ଦୁଇ ଜଣ ପହଞ୍ଚି ଥିଲେ। ସେମାନେ ପୋଲ ଉପରେ ମୋବାଇଲ ଓ ଆଧାରକାର୍ଡ ରଖିଥିଲେ। ଏହା ପରେ ହଠାତ୍ ପାଣିକୁ ଡେଇଁଥିଲେ। ଉଭୟ ପାଣିକୁ ଡେଇଁବାର ଦୃଶ୍ୟ ସ୍ଥାନୀୟ ଲୋକ ଦେଖିଥିଲେ ମଧ୍ୟ ସେମାନେ କିଛି ଭାବିବା ପୂର୍ବରୁ ଅଘଟଣ ଘଟି ସାରିଥିଲା।