ସୁନ୍ଦରଗଡରେ ୨୧୧ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ

0

ସୁନ୍ଦରଗଡ: .ରାଜ୍ୟରେ ଚିନ୍ତା ବଢାଇ ଲାଣି ସ୍କ୍ରବ୍ ଟାଇଫସ । ସୁନ୍ଦରଗଡରେ ପୁଣି ୫ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଥିବା କୁହାଯାଉଛି । ଗତକାଲି ୪୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ଭିତରୁ ୫ଜଣ ପଜିଟିବ ଚିହ୍ନଟ ହୋଇଥିବା କୁହାଯାଉଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡରେ ୨୧୧ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ୱସ୍ଥ୍ୟ ବିଭାଗ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି ୧୦ ଓ ବୁଧବାର ୭ ଓ ଗୁରୁବାର ୬ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୧୧ରେ ପହଞ୍ଚିଛି। ଗତକାଲି ଯାଏ ସଂକ୍ରମିତଙ୍କଙ୍କ ମଧ୍ୟରୁ ୧୦ ଜଣ ଅନ୍ୟ ରାଜ୍ୟର ହୋଇଥିବା ବେଳେ ୯ ଜଣ ଅନ୍ୟ ଜିଲ୍ଲାର ରହିଛନ୍ତି। ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୁଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି। ଗତ ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଚିହ୍ନଟ ହୋଇଥିଲା। ଗତ ଜାନୁଆରିରେ ମାତ୍ର ୪ଜଣ ଚିହ୍ନଟ ହୋଇଥିଲେ। ତାପର ଠାରୁ ଏହା ବୃଦ୍ଧି ପାଇ ୧୮୩ରେ ପହଞ୍ଚିଛି। ସ୍କ୍ରବ୍ ଟାଇଫସରେ ଜଣକର ମୃତ୍ୟୁ ହୋଇଥିବାବେଳେ ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବାରୁ ଅନ୍ୟ ଆକ୍ରାନ୍ତମାନେ ସୁସ୍ଥ ଥିବା ସିଡିଏମଓ ଡ. କାହ୍ନୁଚରଣ ନାୟକ କହିଛନ୍ତି