ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩ କରୋନା ସଂକ୍ରମିତ ଚିହ୍ନଟ ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୭୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
New recoveries: 13
Cumulative tested: 31891977
Positive: 1288674
Recovered: 1279337
Active cases: 158— I & PR Department, Odisha (@IPR_Odisha) June 14, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୮୬୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୩୭ ଜଣ ସୁସ୍ଥ ହୋଇଛନ୍ତି ।