ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୫ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୭୬୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ଏଥି ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୨୩୪୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୯୮ଜଣ ସୁସ୍ଥ ହୋଇଛନ୍ତି ।