ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଯୋଜନା ଅଧୀନରେ ବିଭିନ୍ନ ସହରରେ ଚାଲିବ ୪୦୦ଟି ଇ-ବସ୍ : ରାଜ୍ୟପାଳ

0

ଭୁବନେଶ୍ୱର: ଆରମ୍ଭ ହୋଇଛି ବିଧାନସଭା ବଜେଟ୍‌ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଯୋଜନା ଅଧୀନରେ ରାଜ୍ୟର ବିଭିନ୍ନ ସହରରେ ଚାଲିବ ୪୦୦ଟି ଇ-ବସ୍। ଦୁଇ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଏବଂ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଆଇଟି/ଆଇଟିଇଏସରେ ୫୦,୦୦୦ ନିଯୁକ୍ତି ସୃଷ୍ଟି ପାଇଁ ରାଜ୍ୟ ସରକାର ଲକ୍ଷ୍ୟ। ଆସନ୍ତା ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ ଏବଂ ପ୍ରଥମ ଦୁଇ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ ।  ୨୦୨୪-୨୫ରେ ୨୪ ହଜାରରୁ ଅଧିକ ସରକାରୀ ପଦବୀ ପୂରଣ ହୋଇସାରିଛି। ୨୦୨୭ ସୁଦ୍ଧା ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ସଶକ୍ତ କରିବେ ରାଜ୍ୟ ସରକାର। ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୧୦ ଲକ୍ଷ ମହିଳାଙ୍କୁ ଏହି ସ୍ତରର ଆୟ ହାସଲ ପାଇଁ ଡାଲିମ ଦିଆଯିବ।