ନୂଆଦିଲ୍ଲୀ– ଦେଶରେ ଗତ ୨୪ ଘଣ୍ଟାରେ ୪୧ ହଜାର ୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହା ସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୬ ଲକ୍ଷ ୧୩ହଜାର ୯୯୩ କୁ ବୃଦ୍ଧି ପାଇଛି । ସେହିପରି ଆଜି ୫୯୩ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହା ସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ଲକ୍ଷ୨୩ ହଜାର ୮୧୦ ରେ ପହଞ୍ଚଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୭,୮୧,୨୬୩ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ ୪,୦୮,୯୨୦ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।