ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୧ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୧ କରୋନା ସଂକ୍ରମିତ ଚିହ୍ନଟ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୭୩୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
7. Sambalpur: 2
8. Sundargarh: 2
9. State Pool: 6New recoveries: 30
Cumulative tested: 31912699
Positive: 1288737
Recovered: 1279381
Active cases: 177— I & PR Department, Odisha (@IPR_Odisha) June 16, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୧୨୬୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୮୧ଜଣ ସୁସ୍ଥ ହୋଇଛନ୍ତି ।