ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୪୮ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୪୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

0

(ଭୁବନେଶ୍ୱର) : ରାଜ୍ୟରେ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୪୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୫୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୨୧୪୪ ଜଣକୁ ବୃଦ୍ଧି ପାଇଛି। ପ୍ରତିଦିନ ଚିହ୍ନଟ ହେଉଥିବା ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୮୭୪୯ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-