ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୪ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୪ ନୂଆ ସଂକ୍ରମିତ ଚିହ୍ନଟ

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କେତେବେଳେ ଉପର ତ କେତେବେଳେ ତଳ ହେଉଛି କରୋନା ମିଟର । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୦୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୧୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୦୫୧୮ ଜଣକୁ ବୃଦ୍ଧି ପାଇଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୦୫୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୧୭ ହଜାର ୧୧୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-