୫୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ

0

(ସେଖ ଫାଇଜାନ କାଦରୀ /ଭଦ୍ରକ): ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏକ ଗଠିତ ସ୍ୱତନ୍ତ୍ର ଟିମ ଦ୍ୱାରା ଆଗରପଡା ବଜ଼ାର ନିକଟରେ ଥିବା ଏକ ଦୋକାନ ଘରେ ଚଢ଼ାଉ କରାଯାଇ ୪୫୦ ଲିଟର ଦେଶୀ ରନ୍ଧା ମଦ ଓ ଗୋଟିଏ ମୋଟର ସାଇକେଲ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରାଯାଇଛି । ସେହିପରି ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମଞ୍ଜୁରୀରୋଡ଼ ବଜ଼ାର ଓ ନାଆମୀ କଲେଜ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଦୁଇଗୋଟି ମୋଟର ସାଇକେଲରୁ ଦେଶୀ ରନ୍ଧା ମଦ ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରାଯାଇଛି । ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଏହି ଚଢାଉରେ ସମୁଦାୟ ୫୫୦ ଲିଟର ଦେଶୀ ମଦ ଓ ୩ ଗୋଟି ମୋଟର ସାଇକେଲ ଜବତ ହେବା ସହିତ ମୋଟ ୫ ଜଣଙ୍କୁ ଗିରଫ କରାଯାଇଛି । ଜବତ ମଦ ଓ ଗାଡିର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏନେଇ ଅବକାରୀ ବିଭାଗ ପକ୍ଷରୁ ୪ ଗୋଟି ପୃଥକ ପୃଥକ ମାମଲା ରୁଜ୍ଜୁ କରାଯାଇଛି।