ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କଲେ 5T ସଚିବ

0

ପୁରୀ: ପୁରୀରେ ପ୍ରଥମେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଥିଲେ 5T ସଚିବ ଭି.କେ ପାଣ୍ଡିଆନ । ସିଂହଦ୍ବାର ସମ୍ମୁଖରୁ ଏମାର ମଠ ଚକଡ଼ ଅଞ୍ଚଳ, କାକୁଡ଼ିଖାଇ ହୋଇ ଦକ୍ଷିଣ ଦ୍ବାରରେ ଜାରି ରହିଥିବା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ପରେ ପଶ୍ଚିମ ଓ ଉତ୍ତର ଦ୍ବାରରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର ଆଉଟର ରୋଡ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିବା ସହିତ ଉତ୍ତର ଦ୍ବାର ନିକଟରେ ଚାଲିଥିବା ବିଭିନ୍ନ ଜୋନର ରାସ୍ତା ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ଏହାସହ ୭୫ ମିଟର ସୁରକ୍ଷା ବଳୟ ମଧ୍ୟରେ ନିର୍ମାଣାଧୀନ ପରିକ୍ରମା ପ୍ରକଳ୍ପର ବାହାର ରାସ୍ତା କାର୍ଯ୍ୟ ରଥଯାତ୍ରା ପୂର୍ବରୁ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ 5T ସଚିବ ।କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପୁରୀ ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ ସମେତ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ପରେ 5T ସଚିବ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ । ଶ୍ରୀସେତୁ ନିର୍ମାଣ କରୁଥିବା ସଂସ୍ଥାର ଅଧିକାରୀମାନେ 5T ସଚିବଙ୍କୁ ନକ୍ସା ଦେଖାଇ ନିର୍ମାଣ ସମ୍ପର୍କରେ ବିସ୍ତୃତ ଭାବେ ବୁଝାଇଥିଲେ ।