ଭୁବନେଶ୍ୱର : ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ ମହେନ୍ଦ୍ର ବଢ଼େଇ (୫୨) ଦୃଦ୍ଘାତରେ ପ୍ରାଣ ହରାଇଛନ୍ତି। ଗୁରୁବାର ପ୍ରାୟ ରାତି ୧୦ଟା ବେଳେ ଭୁବନେଶ୍ବରସ୍ଥିତ ଏକ ଘରୋଇ ମେଡିକାଲରେ ତାଙ୍କର ପରଲୋକ ଘଟିଛି। ଦୁଇ ଦିନ ତଳେ ହୃଦ୍ଘାତଜନିତ ସମସ୍ୟା କାରଣରୁ ସେ ଚିକିତ୍ସାଧୀନ ଥିଲେ। ଗୁରୁବାର ତାଙ୍କ ହୃଦ୍ପିଣ୍ଡର ଅସ୍ତ୍ରୋପଚାର କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସୁଧୁରୁଥିବା ବେଳେ ଅଚାନକ ରାତିରେ ବିଗିଡ଼ି ଯାଇଥିଲା। ଶେଷରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଆଜି ତାଙ୍କ ମରଶରୀରକୁ ଶେଷ ଦର୍ଶନ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ ।