ଭୁବନେଶ୍ବର: ରାଜ୍ୟକୁ ଆସିଥିବା ୬.୫ ଲକ୍ଷ ପକ୍କା ଘର ଫେରିଯାଇଛି । ୨୦୧୬-୨୪ ମଧ୍ୟରେ ୬,୫୬,୯୪୫ ପକ୍କା ଘର ଫେରିଯାଇଛି । ଆଉ ଏସବୁ ହୋଇଛି ପୂର୍ବତନ ଅପାରଗ ସରକାରଙ୍କ ପାଇଁ । ପୂର୍ବ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନଦେଇଥିବାରୁ ଘର ସବୁ ଫେରିଯାଇଥିବା ବିଧାନସଭାରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ରବି ନାୟକ । ବିଧାନସଭାରେ ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ।
୨୦୧୬ରୁ ୨୦୨୪ ମଧ୍ୟରେ ତତ୍କାଳୀନ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଦେଇନାହାନ୍ତି। ଫଳରେ ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର ଫେରି ଯାଇଛି। ୨୦୧୪ରୁ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୭ ହଜାର ୮୪୭ ପକ୍କା ଘର ନିର୍ମାଣ ଶେଷ ହୋଇଥିବା ବେଳେ ୫ ଲକ୍ଷ ୨୭ ହଜାର ୬୦୪ ଗୃହ ନିର୍ମାଣଧୀନ ରହିଛି।
ଏହା ବାଦ୍ ମଞ୍ଜୁର ହୋଇଥିବା ୩୨ ହଜାର ୯୧୩ ପକ୍କା ଘର କାମ ଆରମ୍ଭ ହୋଇପାରି ନାହିଁ। ବର୍ତ୍ତମାନ ସୁଦ୍ଧା ଓଡିଶାକୁ ୪୨ ଲକ୍ଷ ୧୮ ହଜାର ୩୬୪ ପକ୍କା ଘର ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। ଏବେ ବି ୧ ଲକ୍ଷ ୨୬ ହଜାର ୭୧୯ ପରିବାର ଆବାସ ପାଇଁ ଆବେଦନ କରି ଘର ଅପେକ୍ଷାରେ ଅଛନ୍ତି।