ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ

0

ମାଲକାନଗିରି: ଟଳିପଡିଲେ ୭ ମାଓବାଦୀ । ସୀମାନ୍ତ ଛତିଶଗଡ଼ ବସ୍ତରରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ। ଆବୁଝାମାଡ଼ ଜଙ୍ଗଲରେ ଆଜି ସାକଳୁ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ବର୍ତ୍ତମାନ ସୁଦ୍ଧା ୭ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଥିବା କୁହାଯାଉଛି ।
ଊଜଏ ଓ ଝଞୠର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ବେଶ କିଛି ସମୟ ଧରି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ଭିତରେ ଗୁଳି ବିନିମୟ ହୋଇଥିଲା। ଏନକାଉଣ୍ଟରସ୍ଥଳରୁ ସର୍ଚ୍ଚ ଅପରେସନ ବେଳେ ଏକେ-୪୭ ଓ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏନେଇ ବସ୍ତର ଆଇଜି ସୂଚନା ଦେଇଛନ୍ତି।