ପାଟଣା /ବିଜୟ କୁମାର କାରୁଆ: ଆଜି ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେହି ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ଦିଲ୍ଲୀଠୁ ପଲ୍ଲୀ । ସେହିପରି କେନ୍ଦୁଝର ଜିଲ୍ଲା ପାଟଣା ଷ୍ଟାଡିୟମ ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଯୋଜନା ବୋର୍ଡ ଅଧକ୍ଷ ଜଗନ୍ନାଥ ନାଏକ ସାଧାରଣତନ୍ତ୍ର ଦିବସ ରେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଛନ୍ତି । ଏହି ସାଧାରଣତନ୍ତ୍ର ଦିବସ ରେ କଲେଜ, ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ୟାରେଡ଼ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।