ରାଇରଙ୍ଗପୁର: ଆଜି ବାମନଘାଟୀ ଉପଖଣ୍ଡ ରାଇରଙ୍ଗପୁରର ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର ଓ ରାଇରଙ୍ଗପୁର ପୌରପାଳିକାର କାର୍ୟ୍ୟନିର୍ବାହୀ ଅଧିକାରିଣୀ ସୁଶ୍ରୀ ଆଶନି ରାଇରଙ୍ଗପୁର ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର କୁମାର ମାରାଣ୍ଡି ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳଙ୍କ ଉପସ୍ଥିତିରେ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ ।
ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୮୨ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିଲା । ସେମଧ୍ୟରୁ ୬୭ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୫ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା । ଏଥିମଧ୍ୟରୁ ଆପତ୍ତି ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୩ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୦୦୦ ହଜାର ଟଙ୍କା ଲେଖାଏଁ ମୋଟ ୧୫,୦୦୦ ଟଙ୍କା ମଂଜୁର କରିଥିଲେ। ଏହା ଛଡା ମୋଟ ୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।