୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

0

(ଭୁବନେଶ୍ୱର) : ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ସୂଚନା ଅନୁସାରେ, କେଉଁଝର, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟରେ ଦୁଇରୁ ତିନି ହେବ ଶୀତର ପ୍ରକୋପ କମ୍‌ ରହିଛି।