ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ଟି ସଚଳ : କୃଷି ମନ୍ତ୍ରୀ

0

ଭୁବନେଶ୍ୱର : ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ ଟି ସଚଳ ହୋଇ ପଡ଼ିଥିବା ନେଇ ବିଧାନସଭାରେ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ସେ କହିଛନ୍ତି, ଅଚଳ ହୋଇ ପଡ଼ିଥିବା ଶୀତଳ ଭଣ୍ଡାରକୁ ସଚଳ କରିବା ସମ୍ଭବ ନୁହେଁ । କାରଣ ଅଚଳକୁ ସଚଳ କରିବା ବ୍ୟୟ ବହୁଳ । ସେହି ଟଙ୍କାରେ ନୂଆ ଶୀତଳ ଭଣ୍ଡାର ହୋଇ ପାରିବ ।

ରାଜ୍ୟରେ ଶୀତଳ ଭଣ୍ଡାରର ଅଭାବକୁ ଦୂର କରିବା ପାଇଁ ରାଜ୍ୟରେ ୧୦୦୦ ଟି ଶୀତଳି କରଣ ଗୃହ ନିର୍ମାଣ କରିବା ପାଇଁ ସରକାର ଯୋଜନା କରିଛନ୍ତି । ଯାହା କି ସୌର ଚାଳିତ ଯନ୍ତ୍ରାଂଶ ଦ୍ୱାରା ଚାଲିବ । ଏହାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପରିଚାଳନାରେ ଚାଲିବ ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।