ଏମ୍ସରେ ୩ ଶହରୁ ଅଧିକ କର୍ମଚାରୀ ସଂକ୍ରମିତ ଚିନ୍ହଟ

କରୋନାରେ ସଂକ୍ରମିତ ହେଲେ ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ ।

0

(ଭୁବନେଶ୍ୱର) : କରୋନାରେ ସଂକ୍ରମିତ ହେଲେ ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ । ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍ ରହିଥିବା ବେଳେ ଜାନୁଆରୀ ୧ରୁ ଆଜି ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ଏମ୍ସ ସୂତ୍ରରୁ ସୂଚନା ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୪୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୂଚନା ଅନୁସାରେ, ୭୦ରୁ ଅଧିକ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୦ ନର୍ସିଂ କର୍ମଚାରୀ ଓ ୯୦ରୁ ଅଧିକ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ୨୦ ଜଣ ଛାତ୍ରଛାତ୍ରୀ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଆଜିଠୁ ବନ୍ଦ ରହିଛି ଏମ୍ସ ଓପିଡି । ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ୨ ଦିନ ପୂର୍ବେ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।