ମାଲକାନଗିରି ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ଭୁବନେଶ୍ବର : ଆଜି ମାଲକାନଗିରି ର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକ ଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ପରେ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ୮ ଜଣଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି ।