ଭୁବନେଶ୍ୱର: ବିଧାନସଭାରେ ନବନିର୍ବାଚିତ ବିଧାୟକଙ୍କ ଶପଥ ପାଠ । ଶପଥ ନେଉଛନ୍ତି ରାଜ୍ୟର ନବନିର୍ବାଚିତ ବିଧାୟକ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟକ୍ରମେ ଶପଥଗ୍ରହଣ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ଦିଆଯିବ । ସୁରକ୍ଷା ଦାୟିତ୍ୱରେ ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି ।