କଟକ ଜଗତପୁର ସ୍ଥିତ ଏକ ବିସ୍କୁଟ କାରଖାନାରେ ଘଟିଛି ଭୟାବହ ଅଗ୍ନିକାଣ୍ଡ

0

କଟକ-: କଟକ ଜଗତପୁର ସ୍ଥିତ ଏକ ବିସ୍କୁଟ କାରଖାନାରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିସ୍କୁଟ କାରଖାନା । ଖବର ପାଇ ଅଗ୍ନିଶମବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି । ଶନିବାର ସକାଳେ ହଠାତ ବିସ୍କୁଟ କାରଖାନାରେ ନିଆଁ ଲାଗିଯାଇଥିଲା । କାରଖାନାର କର୍ମଚାରୀ ନିଆଁ ଲାଗିଥିବା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି । ଧୂଆଁର ମାତ୍ରା ଅଧିକ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇଛି । ତେବେ ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ହୋଇନଥିବା ବେଳେ ନିଆଁ ଲାଗିବାର ପ୍ରକୃତ କାରଣ ଏଯାବତ ଜଣାପଡିନାହିଁ ।