ଯୁଗ୍ମଜଣ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0

ସୁନ୍ଦରଗଡ :ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜଣ ଅଭିଯୋଗ ଶୁଣାଣି ସୁନ୍ଦରଗଡ ସ୍ଥିତ ସଦଭାବନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏହି କାର୍ଯ୍ୟାକ୍ରମରେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଶୁଣିବା ସହ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ ଏସପି ସାଗରିକା ନାଥ,ଅତିରିକ୍ତ ଜିଲ୍ଲାପଳ ଶିବ ଶଙ୍କର ଟପ୍ପୋ , ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର,ଡେପୁଟି କଲେକ୍ଟର କୁନ୍ତୀରାଣୀ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।