ବ୍ୟୁରୋ: ଗଣେଶ ପୂଜାରେ ଆସିଲା ଅଘଟଣର ଚିତ୍ର । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମୃତ ।ଏଭଳି ଘଟଣା ଘଟିଛି ନରାଜରେ । ନରାଜରେ ଥିବା ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଘଟିଛି ଏପରି ଅଘଟଣ । ସମସ୍ତ ଛାତ୍ର ଏକ ଟ୍ରାକ୍ଟରେ ଗଣେଶ ପୂଜା ପାଇ ଗଣେଶ ମୂର୍ତ୍ତି ନେବା ସମୟରେ ୩ ଜଣ ଛାତ୍ର ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ହେଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ। ତେବେ ୨ ଗୁରୁତରଙ୍କ ଅବସ୍ଥା ସଂକଟାପନ୍ନ ଥିବାବେଳେ ସେମାନଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।