ପୁରୀ: ଶ୍ରୀମନ୍ଦିରରୁ ଖସିପଡିଲା ପଥର । ଶ୍ରୀମନ୍ଦିରର ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିପଡିଛି । ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ହୋଇନାହିଁ । ପଥରକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ଏଏସଆଇକୁ ସୂଚନା ଦେଇଛନ୍ତି । ଦକ୍ଷିଣ ଘର ପଛ ପାଖ ତଥା ବିମଳା ମନ୍ଦିର ସମ୍ମୁଖରେ ରହିଛି ବରାହ ମନ୍ଦିର । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ଉପର ଅଂଶର ମରାମତି କରାଯାଇଥିଲା। ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା ।