ପୁରୀ : ସଞ୍ଜୟ ମହାପାତ୍ର : ଗୁଣ୍ଡିଚା ମନ୍ଦିରରେ ଅଘଟଣ। ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଡପ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ପରେ ଭକ୍ତଙ୍କ ମୃତ୍ୟୁ ହୋଇଛି। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ। ଗୁଣ୍ଡିଚା ମନ୍ଦିରରେ ଦର୍ଶନ ସାରି ଫେରିବା ପରେ ଭକ୍ତ ଜଣକ ଅସୁସ୍ଥ ହୋଇ ପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ମୃତ ଘୋଷଣା କଲେ ଡାକ୍ତର।