୪୯ ନଂ ଜାତୀୟ ରାଜପଥ ବାଙ୍ଗିରପୋଷି ଘାଟିରେ ଦୁର୍ଘଟଣା ,୨ ମୃତ

0

ବାରିପଦା : ଯାତ୍ରାପାର୍ଟି ଟ୍ରକ୍ ଓଲଟି ୫ ମୃତ ।୪୯ ନଂ ଜାତୀୟ ରାଜପଥ ବାଙ୍ଗିରପୋଷି ଘାଟିରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଥିବା ଜଣାପଡିଛି।
ସୂଚନା ଅନୁସାରେ, ମୟୁରଭଞ୍ଜ ଜିଲ୍ଲା ୪୯ନମ୍ବର ଜାତୀୟ ରାଜପଥ ଦୁଆରଶୁଣି ଘାଟିରେ ଚାଲିଛି ଘାଟି ମେଳା। ଏନେଇ ଜାତୀୟ ରାଜପଥ ଭିଡ଼ ରହିଥିବା ବେଳେ ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରଯାଇଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରୁଛି।