ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ 20 ହଜାର ଟଙ୍କାର ପେନସନ

0

ଭୁବନେଶ୍ୱର: ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ  ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ  ମାସକୁ 20 ହଜାର ଟଙ୍କାର ପେନସନ ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ  ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।  ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।  ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ।

ସୂଚନା ଯୋଗ୍ୟ ଯେ 25 ଜୁନ୍ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ ।