ନିର୍ମମଳଧୀର ତୁଠରେ ଅଭିନେତା ଉତ୍ତମ ମହାନ୍ତିଙ୍କ ଦଶାହ କାର୍ଯ୍ୟକ୍ରମ ଅନୁଷ୍ଠିତ

0

ଭୁବନେଶ୍ୱର: ଆଜି ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଦଶାହ କାର୍ଯ୍ୟ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଥିଲେ ।

ସୂଚନା ଅନୁଯାୟୀ, ଗତ ଫେବୃଆରୀ ୨୭ ତାରିଖରେ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ ଅଭିନେତା ଉତ୍ତମ ମହାନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସତ୍ୟନଗର ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସଂପନ୍ନ ହୋଇଥିଲା। ପଞ୍ଚଭୂତରେ ଲୀନ ହୋଇଥିଲେ ତାଙ୍କ ପାର୍ଥିବ ଶରୀର। ତାଙ୍କ ପୁଅ ତଥା ଅଭିନେତା ବାବୁଶାନ ମୁଖାଗ୍ନି ଦେଇଥିଲେ ।